ଅଗଷ୍ଟ ୧୮ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,୧୪/୮ : ଆସନ୍ତା ସୋମବାର ଅଗଷ୍ଟ ୧୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱର ୟୁନିଟ ୨ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଆସନ୍ତା ସୋମବାର ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦ ପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା l