ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ
ପୁରୀ,୧୭/୧୧ : ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ କରାଯିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ଶ୍ରୀମନ୍ଦିରରେ ଗତ ଏପ୍ରିଲ ୨୧ ତାରିଖରେ ଦିନ ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହୋଇଥିଲା।

Editor 


