ଆରପାରିରେ ସମୀର ଦେ

ଆରପାରିରେ ସମୀର ଦେ

ଭୁବନେଶ୍ୱର,୧୮/୧୧ : ବିଜେପିର ବରିଷ୍ଠ ନେତା ସମୀର ଦେଙ୍କ ପରଲୋକ । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେଙ୍କ ପରଲୋକ ଘଟିଛି । ଦୀର୍ଘ ଦିନ ଧରି ସେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ  ଜଣେ ପ୍ରବୀଣ ରାଜନେତା ଭାବେ ବେଶ ଲୋକପ୍ରିୟ ଥିଲେ ସମୀର ଦେ । ଏମିତି କି ୨୦୦୪ରୁ ୦୯ ପର୍ଯ୍ୟନ୍ତ ବିଜେଡି-ବିଜେପି ମେଣ୍ଟ ସରକାର ଅମଳରେ ସେ ରାଜ୍ୟର ଉଚ୍ଚଶିକ୍ଷା ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ ମଧ୍ୟ ରହିଥିଲେ । କଟକ ସହରରୁ ୩ ଥର ବିଧାୟକ ରହିଥିଲେ । ୧୯୯୫ ମସିହାରୁ ଆରମ୍ଭ କରି ୨୦୦୦ ମସିହା ଓ ୨୦୦୪ ମସିହାରେ ସେ ଲଗାତାର ବିଧାନସଭାକୁ ନିର୍ବାଚିତ ହେଇଥଲେ । ହେଲେ ଏହା ପରଠୁ କିନ୍ତୁ ସେ ନିର୍ବାଚନରେ ସଫଳତା ପାଇନଥିଲେ । ହେଲେ ରାଜ୍ୟ ବିଜେପିର ଜଣେ ଜଣାଶୁଣା ଚେହେରା ଥିଲେ ସମୀର ଦେ ।

ସମୀର ଦେଙ୍କ ପରଲୋକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି ଯେ, 'ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ'ଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ'