ଆସିଲା ‘ସୁଭଦ୍ରା’ ଯୋଜନା SOP ; ଜାଣନ୍ତୁ କାହାକୁ ମିଳିବ ଟଙ୍କା

ଭୁବନେଶ୍ବର, ୨୩/୮ : ଗୃହରେ ‘ସୁଭଦ୍ରା’ ଯୋଜନା SOP ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତକାଲି କ୍ୟାବିନେଟ୍ରେ SOP ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି । ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ ।
ତେବେ ଏହି ଯୋଜନାର ଲାଭ କେଉଁମାନେ ପାଇବେ ଏବଂ କେଉଁମନେ ବାଦ ପଡ଼ିବେ ସେନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ଏହି ଯୋଜନାରୁ ବଞ୍ଚିତ ହେବେ। ସରକାରୀ ଚାକିରି କରୁଥିବା ମହିଳା ଏବଂ ଘରୋଇ କ୍ଷେତ୍ରରେ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା। କାରଣ ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ସହାୟତା ପାଇବେ ନାହିଁ ବୋଲି ସରକାର ସୂଚନା ଦେଇଛନ୍ତି। ସେହିପରି ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିଲେ ମଧ୍ୟ ସହାୟତା ମିଳିବନି। ଏପରିକି ମାସିକ ୧୫ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ମଧ୍ୟ ସୁଭଦ୍ରା ଯୋଜନାରେ ସହାୟତା ମିଳିବନି। ଏହାର କାର୍ଯ୍ୟକାରିତା ତଦାରଖ କରିବାକୁ ମହିଳା ଓ ଶିଶୁ ବିକାଶ ବିଭାଗ ଏକ ସୁଭଦ୍ରା ସମିତି ସୋସାଇଟି ଗଠନ କରାଯିବ।