ଚିର ନିଦ୍ରାରେ ରାଜୁଆ
 
                                ଭୁବନେଶ୍ବର, ୨୮/୨ : ଚିର ନିଦ୍ରାରେ ରାଜୁଆ ସରପଞ୍ଚ । ଆଉ ଉଠିବନି ରାଜୁଆ। ଲାଇଟ୍, ସାଉଣ୍ଡ୍, ଆକ୍ସନର ମଣିଷ ଆଜି ଜୀବନର ରଙ୍ଗମଞ୍ଚରୁ ପ୍ୟାକଅପ ନେଇଛି । ବରିଷ୍ଠ ସିନେ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ । ଉତ୍ତମ ମହାନ୍ତି ଏ ନା ହିଁ ଯଥେଷ୍ଟ । କିଏ ବା ନ ଜାଣେ ତାଙ୍କୁ । ଓଡ଼ିଆ ସିନେମା ଜଗତର ସେ ଥିଲେ ଉତ୍ତମ । ଘରେ ଘରେ ଥିଲେ ପରିଚିତ । ୪ ଦଶନ୍ଧିରୁ ଅଧିକ ସମୟ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ସେ ଥିଲେ ସକ୍ରିୟ । ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ । ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା। 
ଅଭିନେତା ଉତ୍ତମ ମହାନ୍ତିଙ୍କୁ କିଛି ଦିନ ପୂର୍ବରୁ ଭୁବନେଶ୍ବରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଭେଣ୍ଟିଲେଟର ସପୋର୍ଟରେ ଥିଲେ। ପରେ ତାଙ୍କର ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ କିଛି ଦିନ ପୂର୍ବରୁ ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାକୁ ଏୟାର ଲିଫ୍ଟ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। 
 
୧୯୫୮ ଡିସେମ୍ବର ୨୩ ତାରିଖରେ ବାରିପଦାଠାରେ ସେ ଜନ୍ମଗ୍ରହଣ କରିଥିଲେ। ବାରିପଦାରେ ହିଁ ତାଙ୍କର ହାଇସ୍କୁଲ ଓ ମହାବିଦ୍ୟାଳୟ ଶିକ୍ଷା ସମାପ୍ତ ହୋଇଥିଲା। ତାଙ୍କୁ ସମସ୍ତେ ପ୍ରିୟରେ ଡାକନ୍ତି କୁନିଆ ଭାଇ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତ୍ରୀ ଅପରାଜିତା ମହାନ୍ତିଙ୍କୁ ସେ ବିବାହ କରିଥିଲେ । ସେ ଅନେକ ଥର ଶ୍ରେଷ୍ଠ ଅଭିନେତା ଓ ସହ ଅଭିନେତା ଭାବେ ମଧ୍ୟ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଲାଭ କରିଥିଲେ। ୧୯୭୭ ମସିହାରେ ସେ ଅଭିମାନ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ ଫିଲ୍ମ ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ଏହାପରେ ଉତ୍ତମ ତାଙ୍କ ପାଠପଢ଼ାରେ ବ୍ୟସ୍ତ ରହିଲେ ଏବଂ ତିନି ବର୍ଷ ପରେ ପୁଣି ପତିପତ୍ନୀ ଚଳଚ୍ଚିତ୍ର ଜରିଆରେ କଥାଚିତ୍ରରେ ଅଭିନୟ କରିବା ଆରମ୍ଭ କଲେ । ସେ ସର୍ବମୋଟ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିଛନ୍ତି । ତାଙ୍କ ଅଭିନୀତ କେତେକ ସିନେମା…
 ଚଳଚ୍ଚିତ୍ର                   ମୁକ୍ତିଲାଭ ବର୍ଷ   ନିର୍ଦ୍ଦେଶକ
|  |  |  | 
ଉତ୍ତମ ମହାନ୍ତିଙ୍କ ପରଲୋକ ଓଡ଼ିଆ ସିନେମା ଜଗତରେ ଶୋକର ଛାୟା ଖେଳାଇ ଦେଇଛି । ଅଭିନେତା, ପ୍ରଯୋଜକ, ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, କଳାକାର, ଦର୍ଶକ ଓ ପ୍ରଶଂସକ ଦୁଃଖ ଓ ଶୋକ ପ୍ରକାଶ କରିଛନ୍ତି। ଲୋକପ୍ରିୟ ଅଭିନେତାଙ୍କ ଆତ୍ମାକୁ ଶାନ୍ତି ମିଳୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।  
 
ସେହିଭଳି ଉତ୍ତମ ମହାନ୍ତିଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ପୁଅ ତଥା ଅଭିନେତା ବାବୁସାନଙ୍କ ସହିତ କଥା ହୋଇ ସମବେଦନା ଜଣାଇଛନ୍ତି l କହିଛନ୍ତି, ସ୍ବର୍ଗତ ଅଭିନେତାଙ୍କ ସହିତ ଅତ୍ୟନ୍ତ ଭଲ ସମ୍ପର୍କ ଥିଲା ଏବଂ ତାଙ୍କ ଅନେକ ସିନେମା ତାଙ୍କୁ ପ୍ରଭାବିତ କରିଛି l ତାଙ୍କ ମରଶରୀ ଦିଲ୍ଲୀରୁ ଭୁବନେଶ୍ୱର ଆସିବା ଦିଗରେ ସମସ୍ତ ସହଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଥିଲେ l ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷ କୃତ୍ୟ ସମ୍ପନ୍ନ ହେବ ବୋଲି ମୁଖମନ୍ତ୍ରୀ ବାବୁସାନଙ୍କୁ କହିଥିଲେ l
ସେ ତାଙ୍କର ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି ଓଡ଼ିଶାର ପ୍ରସିଦ୍ଧ ତଥା ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ତାଙ୍କର ବିୟୋଗ ଓଡ଼ିଆ କଳା ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଦର୍ଶକଙ୍କ ହୃଦୟରେ ଅମର କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। 
 

 Editor
                                    Editor                                 
    
             
    
             
    
             
    
             
    
             
    
            

 
    
 
    
 
    
 
    
 
    

