ତାପମାତ୍ରା ବୃଦ୍ଧି ଯୋଗୁ ୩ ଦିନ ବନ୍ଦ ରହିବ ସ୍କୁଲ

ତାପମାତ୍ରା ବୃଦ୍ଧି ଯୋଗୁ ୩ ଦିନ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୧୭/୪ : ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ୩ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି । ଏପ୍ରିଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି ।

ପ୍ରକାଶ ଯେ, ୧୪ ତାରିଖରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପୁଣି ବଢିଛି ।