ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ବର,୧୮/୬ : ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ଅଛନ୍ତି। ଚିକିତ୍ସା ପାଇଁ ସେ ତିନି ଦିନ ପରେ ମୁମ୍ବାଇ ଯିବେ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିଜର ଅସୁସ୍ଥତା ସଂପର୍କରେ ସାମାଜିକ ଗଣମାଧ୍ୟମରେ ଟୁଇଟ୍‌ କଲା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‌ଏ ନେଇ ଚିନ୍ତାପ୍ରକଟ କରିଛନ୍ତି । ନବୀନ ପଟ୍ଟନାୟକ ଶୀଘ୍ର ସୁସ୍ଥ ‌ହୋଇ ଫେରି ଆସନ୍ତୁ ବୋଲି ସେ କହିଛନ୍ତି। 

ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବିଷୟରେ ଜାଣି ଚିନ୍ତିତ। ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଓ ଆଶୁ ଆରୋଗ୍ୟ ଲାଭ କରି ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ବୋଲି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।