ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ

ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ବର,୧୭/୮ : ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ। ଅପରାହ୍ନ ୫ଟା ୧୫ମିନିଟ ସମୟରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନବୀନଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । 

ସୂଚନାଯୋଗ୍ୟ ଯେ, କିଛିଦିନ ତଳେ ମୁମ୍ବାଇସ୍ଥିତ କୋକିଳାବେନ ଧୀରୁ ଭାଇ ଅମ୍ବାନୀ ହସ୍ପିଟାଲରେ ଅପରେଶନ ହୋଇ ଫେରିଥିଲେ ।