୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ଼ ୱାର୍ଣ୍ଣିଂ ଜାରି

୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ଼ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨/୧୦: ଗଭୀର ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଆଜି ଓ ଆସନ୍ତାକାଲି ପାଇଁ ଓଡ଼ିଶାର ଅଧିକାଂଶ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି ।

ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳକୁ ରେଡ ୱାର୍ନିଂ ଜାରି କରାଯାଇଥିବାବେଳେ ଆଉ ୧୬ଜିଲ୍ଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।