ଭୁବନେଶ୍ବର,୫/୬ : ଚାଷୀମାନଙ୍କଠାରୁ ଧାନ ସୁରୁଖୁରୁରେ ସଂଗ୍ରହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଉଳର ମିଲିଂ ଖର୍ଚ୍ଚ ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି । ଉଷୁନା ଚାଉଳର ମିଲିଂ ଦର ବର୍ତ୍ତମାନ କ୍ୱିଣ୍ଟାଲ ପିଛା ୨୦ଟଙ୍କା ଥିବାବେଳେ ଏହାକୁ ୪୦ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଅରୁଆ ଚାଉଳର ମିଲିଂ ଦର କ୍ୱିଣ୍ଟାଲ ପିଛା ୧୦ ଟଙ୍କା ଥିବା ବେଳେ ଏହାକୁ ୨୦ ଟଙ୍କାକୁ ବୃଦ୍ଧି କରାଯାଇଛି ।
ଏହାଦ୍ୱାରା ମିଲରମାନଙ୍କ ସମସ୍ୟା ଦୂର ହେବା ସହ ଚାଷୀମାନଙ୍କଠାରୁ ସୁରୁଖୁରରେ ଧାନ ସଂଗ୍ରହ ହୋଇପାରିବ ଏବଂ ରାଜ୍ୟର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।













Leave a Reply