ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,/୬ : ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି । ବିଧାନସଭା ସଚିବ ସତ୍ୟବ୍ରତ ରାଉତଙ୍କୁ ରିଟର୍ଣ୍ଣିଂ ଅଫିସର୍‌ ଦାୟିତ୍ୱ ଦିଆଯାଇଥିବାବେଳେ ବିଦ୍ୟାଧର ମାଝୀ ଯୁଗ୍ମ ସଚିବ ସହାୟକ ରିଟର୍ଣ୍ଣିଂ ଅଫିସର୍‌ ନିଯୁକ୍ତ ହୋଇଛନ୍ତି ।

ଏପରିକି ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି । ୯ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ରହିଥିବାବେଳେ ଜୁନ୍‌ ୧୧ରେ ନାମାଙ୍କନପତ୍ର ପ୍ରତ୍ୟାହାର ଶେଷ ତାରିଖ ରହିଛି । ୧୮ରେ ରାଜ୍ୟସଭା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ରିହିଛି ।

ସୂଚନାଯୋଗ୍ୟ, ବରିଷ୍ଠ ବିଜେଡି ନେତା ତଥା ରାଜ୍ୟ ସଭା ସଦସ୍ୟ ପଦରୁ ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ ମେ’ ୨୭ରେ ରାଜ୍ୟସଭା ଉପନିର୍ବାଚନ ଲାଗି ଇସିଆଇ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା।  

Leave a Reply

Your email address will not be published. Required fields are marked *