ଶ୍ରୀକ୍ଷେତ୍ରରେ ସମ୍ଭାବ୍ୟ ଲଗାତାର ବର୍ଷା ଓ ଜଳବନ୍ଦୀ ସମସ୍ୟାର ସଫଳ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର,୧୫/୭ : ପବିତ୍ର ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ରରେ ସମ୍ଭାବ୍ୟ ଲଗାତାର ବର୍ଷା ଓ ଜଳବନ୍ଦୀ ସମସ୍ୟାର ସଫଳ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ।

ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ସୁବିଧାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ବଡ଼ଦାଣ୍ଡ ସମେତ ସମଗ୍ର ସହରରୁ ଜଳ ନିଷ୍କାସନ ଓ ଅନ୍ୟାନ୍ୟ ଆବଶ୍ୟକୀୟ ପଦକ୍ଷେପ ପାଇଁ ପୁରୀ ଜିଲ୍ଲା ପ୍ରଶାସନ, ପୌରପାଳିକା ଓ ସମ୍ପୃକ୍ତ ବିଭାଗଗୁଡ଼ିକୁ ହାଇ-ଆଲର୍ଟରେ ରହିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହା ସହିତ ସହରରେ ନିରବଚ୍ଛିନ୍ନ ସ୍ୱାସ୍ଥ୍ୟ ସେବା, ପାନୀୟ ଜଳ ଏବଂ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ସହ ଶୃଙ୍ଖଳିତ ରଥଯାତ୍ରା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିବଦ୍ଧ।

Leave a Reply

Your email address will not be published. Required fields are marked *