ଗଙ୍ଗାରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ , ବିହାର ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର/ ବ୍ୟୁରୋ ରିପୋର୍ଟ, ୧୪/୧୦: ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ ଘଟିଛି । ବିହାରର ହାଜିପୁରରେ ଘଟିଛି ଏହି ଦୁଃଖଦ ଘଟଣା । ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଥିବା ବେଳେ ଏହି ଦୁର୍ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଅଘଟଣକୁ ନେଇ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ସୂଚନା ଅନୁସାରେ, ମଙ୍ଗଳବାର ସନ୍ଧ୍ୟାରେ ପ୍ରାୟ ୨୦ ଜଣ ଯାତ୍ରୀଙ୍କୁ ନେଇ ଏକ ଡଙ୍ଗା ଗଙ୍ଗା ନଦୀ ପାର୍‌ ହେଉଥିଲା।ଏହି ସମୟରେ ଡଙ୍ଗାଟି ଭାରସାମ୍ୟ ହରାଇ ନଦୀରେ ଓଲଟି ପଡ଼ିଥିଲା। ଖବର ପାଇ ସ୍ଥାନୀୟ ପ୍ରଶାସନ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।ଏହି ଦୁର୍ଘଟଣାରେ ୧୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ ଉଦ୍ଧାର ହୋଇଥିବା ଯାତ୍ରୀଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।

 

Leave a Reply

Your email address will not be published. Required fields are marked *