ଭୁବନେଶ୍ୱର,୩୧/୭ : ଶୁକ୍ରବାର ଲୋକସେବା ଭବନରେ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ବନ୍ୟା ପ୍ରଭାବିତ ଜିଲ୍ଲାପାଳମାନଙ୍କ ସହ ମନ୍ତ୍ରୀ ଆଲୋଚନା କରିଛନ୍ତି । ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଏସଆରସି ଉପସ୍ଥିତ ଅଛନ୍ତି । ଏହାସହ ପାଣିପାଗ ବିଜ୍ଞାନ କେନ୍ଦ୍ର, ଜଳସମ୍ପଦ ବିଭାଗ ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି । ମନ୍ତ୍ରୀ ସାମ୍ବାଦିକ ସମ୍ମିଳନୀ ଯୋଗେ ସୂଚନା ଦେଇ କହିଛନ୍ତି, ଏବେ ମହାନଦୀରେ ୮ ଲକ୍ଷ ୬୫ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ବର୍ଷା ପାଇଁ ଆଲର୍ଟ ଜାରି ହୋଇଛି। ମହାନଦୀରେ ବନ୍ୟା ଜଳ ବଢିବାରେ ଲାଗିଛି। ମହାନଦୀକୁ ଛାଡ଼ିଦେଲେ ବାକି ସବୁ ନଦୀ ବିପଦ ସଙ୍କେତ ତଳେ ରହିଛି। କେବଳ ମହାନଦୀର ଜଳସ୍ତର ବଢୁଛି। ଏବେ ମହାନଦୀରେ ୮ ଲକ୍ଷ ୬୫ ହଜାର କ୍ୟୁସେକ ଜଳ ପ୍ରବାହିତ’। ‘ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକକୁ ଆଲର୍ଟ କରାଯାଇଛି। ଯାଜପୁରରେ ସର୍ବାଧିକ ଘାଇ ହୋଇଛି। ଏବେ ପାଗ ପ୍ରାୟତଃ ଶୁଖିଲା ଅଛି, କାଲି ବି ୨/୩ ଜିଲ୍ଲାରେ ଅଳ୍ପ ବର୍ଷା ହେବ। ତେଣୁ ଆସନ୍ତା ୨୪ ଘଣ୍ଟାରେ ସ୍ଥିତିରେ ଅନେକ ସୁଧାର ଆସିବ। ‘ବନ୍ୟା ପାଣି କମିବା ପର୍ଯ୍ୟନ୍ତ ଶୁଖିଲା ଓ ରନ୍ଧା ଖାଦ୍ୟ ଦିଆଯିବ। କ୍ଷୟକ୍ଷତି ରିପୋର୍ଟ ଆସିଲେ ସଙ୍ଗେ ସଙ୍ଗେ କ୍ଷତିପୂରଣ ଦିଆଯିବ। ସରକାରଙ୍କୁ ସହଯୋଗ କରନ୍ତୁ, ବିପଦ ଟଳିଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ। ବନ୍ୟା ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି।
ବନ୍ୟାରେ ଏଯାଏଁ ୧୫ଟି ଜିଲ୍ଲାର ୫୭ ବ୍ଲକ ପ୍ରଭାବିତ ହୋଇଛି। ପ୍ରାୟ ୭ ଲକ୍ଷ ଲୋକେ ପ୍ରଭାବିତ ହେଲେଣି। ୫୭ ବ୍ଲକର ୪୪୬ ପଞ୍ଚାୟତ, ୧୩୬୨ ଗାଁ ଓ ୧୧ ପୌରାଞ୍ଚଳ ପ୍ରଭାବିତ ହୋଇଛି। ମୋଟ ୧୫ଟି ଜିଲା ବନ୍ୟା ପ୍ରଭାବିତ ହୋଇଥିବା ବେଳେ ୧୫ଟି ବିପଦମୁକ୍ତ ରହିଛନ୍ତି। ଜଳବନ୍ଦୀ ଅବସ୍ଥାରେ ୨ଲକ୍ଷ ୬୮ ହଜାର ୯୪୩ ଜଣ ଅଛନ୍ତି। ୨୧ ହଜାର ୩୮୦ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛନ୍ତି ଓ ୭୦୦ ଘର ଭାଙ୍ଗିଛି। ୬୪୭ ରିଲିଫ ସେଣ୍ଟର ଖୋଲାଯାଇଛି।












Leave a Reply