ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର, ୭/୮ : ଆସନ୍ତା ସୋମବାର ଅଗଷ୍ଟ ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *