ଭୁବନେଶ୍ୱର :୭/୯. ପୁଣି ରାଜ୍ୟକୁ ପ୍ରବଳ ବର୍ଷା ସମ୍ଭାବନା | ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଏବଂ ବଜ୍ରପାତ ହୋଇପାରେ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି |ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାର ଅଞ୍ଚଳଗୁଡ଼ିକ ପ୍ରଭାବିତ ହୋଇପାରେ। ଏନେଇ ପାଣିପାଗ ବିଭାଗପକ୍ଷରୁ ଆଜି ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି।
ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ଓ ବଜ୍ରପାତ ସହ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ କଟକରେ ପ୍ରବଳ ବର୍ଷା ହୋଇପାରେ।
ସେପ୍ଟେମ୍ବର ୧୧ ତାରିଖ ପାଇଁ ୧୭ଟି ଜିଲ୍ଲାକୁ ସତର୍କ କରାଯାଇଛି। ଏହି ଅଞ୍ଚଳଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ସେପ୍ଟେମ୍ବର ୧୨ ତାରିଖ ପାଇଁ ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।
ଅନ୍ୟପକ୍ଷରେ, ବର୍ଷା ହେବାର ଆଶଙ୍କା ଲୋକଙ୍କ ଚିନ୍ତା ବଢ଼ାଇଦେଇଛି |













Leave a Reply