ଦିଲ୍ଲୀର ମାଲବ୍ୟ ନଗରରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩/୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ମାଲବ୍ୟ ନଗରରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣହାନୀକୁ ଦୁଃଖଦ ବୋଲି ବର୍ଣ୍ଣନା କରିଛନ୍ତି । ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ହୃଦୟରୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।

ସେ ଉଲ୍ଲେଖ କରିଛନ୍ତି ଯେ, କର୍ତ୍ତୃପକ୍ଷ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି। ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ଶ୍ରୀ ମୋଦୀ ଏହା ମଧ୍ୟ କହିଥିଲେ ଯେ, ଏହି ଘଟଣାରେ ଯେଉଁମାନେ ଆହତ ହୋଇଛନ୍ତି ସେମାନଙ୍କୁ ୫୦,୦୦୦ଲେଖାଁଏ ଟଙ୍କା ପ୍ରଦାନ କରାଯିବ ।

ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି : “ଦିଲ୍ଲୀର ମାଲବ୍ୟ ନଗରରେ ଅଗ୍ନିକାଣ୍ଡ ଘଟଣାରେ ଜୀବନହାନି ଦୁଃଖଦ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ପ୍ରଭାବିତ ଲୋକଙ୍କୁ କର୍ତ୍ତୃପକ୍ଷ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ। “

Leave a Reply

Your email address will not be published. Required fields are marked *