ଭୁବନେଶ୍ବର, ୧୧/୧୦: ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ଆଗକୁ ଉତ୍ତର ଆଣ୍ଡାମାନକୁ ଅଗ୍ରସର ହୋଇପାରେ। ଫଳରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବ ସେତେଟା ରହିବ ନାହିଁ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଲଗାଣ କିମ୍ବା ବଡ଼ ବର୍ଷା ସମ୍ଭାବନା କମ୍ ରହିଛି। ଏନେଇ ଆଇଏମଡି ପକ୍ଷରୁ ଆକଳନ କରାଯାଇଛି। ମୁଖ୍ୟତଃ ଦଶହରାରେ ପାଗ ଶୁଖିଲା ରହିବ ।
ଆସନ୍ତା ୫ଦିନ ପର୍ଯ୍ୟନ୍ତ ଦିନ ଓ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନପାରେ । ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିୟମିତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ଅଛି । ଗଞ୍ଜାମରୁ ବାଲେଶ୍ୱର ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ଓ ପାଖ ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ଜାଗାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। କିଛି ଜାଗାରେ ଘଡ଼ଘଡ଼ି ସହ ବର୍ଷା, ପବନ ହୋଇପାରେ ।













Leave a Reply