୨୭ରୁ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି

୨୭ରୁ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି

ଭୁବନେଶ୍ୱର,୨୪/୪ : ଆସନ୍ତା ୨୭ ତାରିଖରୁ ବନ୍ଦ ରହି ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି । ପିଲାମାନଙ୍କ ସୁରକ୍ଷାକୁ ନଜରରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ, ଏପ୍ରିଲ ୨୭ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ । ପୂର୍ବରୁ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସ୍କୁଲ ଛୁଟି ନେଇ ନିଷ୍ପତ୍ତି ନେବାକୁ କୁହାଯାଇଥିଲା ।