ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮/୨ : ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛନ୍ତି ନବୀନ। ସଂତୃପ୍ତ ତୃତୀୟ ଓ ଦତ୍ତେଶ୍ୱର ଚତୁର୍ଥ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।

ଏହି ଘୋଷଣା ନବୀନ ନିବାସରେ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ ଓ ବିଧାୟକମାନଙ୍କ ଆଲୋଚନା ପରେ ହୋଇଛି। ଓଡ଼ିଶାରେ ୪ଟି ରାଜ୍ୟ ସଭା ଆସନ ଖାଲି ହେଉଛି, ଯେଉଁଥିପାଇଁ ମାର୍ଚ୍ଚ ୧୬ରେ ନିର୍ବାଚନ ହେବ।