ବୋର୍ଡ଼ ସଭାପତିଙ୍କ ବଡ଼ ଘୋଷଣା; ମେ’ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ
ଭୁବନେଶ୍ୱର,୨/୪ : ମେ ମାସ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ। ଏ ନେଇ ଗୁରୁବାର ବୋର୍ଡ଼ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି । ପରୀକ୍ଷା ଫଳ ବାହାରିବା ପରେ ସଙ୍ଗେ ସଙ୍ଗେ ମିଳିବ ସାର୍ଟିଫିକେଟ୍। ଯାହାଙ୍କର ପେପର୍ ଖରାପ ଥିବ ସେମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ଆଜି ମାଟ୍ରିକ୍ ପରୀକ୍ଷାର ଖାତା ସରିବ ବୋଲି କହିଛନ୍ତି ବୋର୍ଡ ସଭାପତି।
ପ୍ରକାଶ ଯେ, ଫେବୃଆରୀ ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ପ୍ରାୟ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ମୋଟ ୩ ହଜାର ୮୨ଟି ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଥିଲା । ଚଳିତବର୍ଷ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ସମସ୍ତ ପରୀକ୍ଷା କେନ୍ଦ୍ର ସମେତ ନୋଡାଲ ସେଣ୍ଟରରେ ଲାଇଭଷ୍ଟ୍ରିମିଂ ବ୍ୟବସ୍ଥା ହୋଇଥିଲା ।

Editor 


