ରଥଯାତ୍ରା ୨୦୨୬କୁ ନେଇ ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ବୈଠକ, ୬ମାସ ପୂର୍ବରୁ ମଗାଗଲା ରିପୋର୍ଟ
ଭୁବନେଶ୍ୱର,୧୩/୧ : ରଥଯାତ୍ରା ୨୦୨୬କୁ ନେଇ ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଟିତ ହୋଇଯାଇଛି । ୬ ମାସ ପୂର୍ବରୁ ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଣିକି ପ୍ରତି ମାସ ସମୀକ୍ଷା ହେବ ରଥ ଯାତ୍ରା ପ୍ରସ୍ତୁତି । ବିଗତ ଦିନରେ ହୋଇଥିବା ତ୍ରୁଟିକୁ ଚିହ୍ନଟ ସହ କେମିତି ସୁଧାରି ହେବ ଏବଂ ଆଉ କ’ଣ ଆବଶ୍ୟକୀୟ ପଦକ୍ଷେପ ହାତକୁ ନିଆଯିବ ସେ ନେଇ ରିପୋର୍ଟରେ ଉଲ୍ଲେଖ କରିବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।
ସେହିପରି ଭିଡ଼ ପରିଚାଳନା, ଟ୍ରାଫିକ ସମସ୍ୟା ନେଇ ମଧ୍ୟ ଆଲୋଚନା ହୋଇଛି । ବୈଠକରେ ପୁଲିସ ଡିଜି, ଅଗ୍ନିଶମ ବିଭାଗ ଡିଜିଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଏକାଧିକ ବିଭାଗର ସଚିବ ଉପସ୍ଥିତ ଥିଲେ ।

Editor 


