ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ିତୋଳିବା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧/୪ : ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ସେ ନିଜ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି କି, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଏହି ପବିତ୍ର ଦିବସରେ ସମସ୍ତ ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଆମର ବରପୁତ୍ରମାନଙ୍କ ଅଦମ୍ୟ ସଂଘର୍ଷ ଓ ବଳିଦାନ ଯୋଗୁଁ ଆଜି ଆମେ ଏକ ସ୍ୱତନ୍ତ୍ର ପରିଚୟ ନେଇ ଗର୍ବର ସହ ଠିଆ ହୋଇଛୁ।
ଆଜିର ଏହି ପବିତ୍ର ଅବସରରେ, ଆସନ୍ତୁ ଆମର ଗୌରବମୟ ଐତିହ୍ୟକୁ ପାଥେୟ କରି ଏକ ‘ସମୃଦ୍ଧ ଓଡ଼ିଶା’ ଗଠନ ପାଇଁ ପୁନର୍ବାର ସଂକଳ୍ପବଦ୍ଧ ହେବା। କୃଷି, ଶିଳ୍ପ, ଶିକ୍ଷା ଓ ସଂସ୍କୃତିର ସମନ୍ୱୟରେ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ିତୋଳିବା।

Editor 


