ପ୍ରତିଟି ଓଡ଼ିଆଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ : ମୁଖ୍ୟମନ୍ତ୍ରୀ

ପ୍ରତିଟି ଓଡ଼ିଆଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨0/୪ : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜାଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ସେ କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟର ସମସ୍ତ ଭାଇ ଓ ଭଉଣୀ, ବିଶେଷ କରି କଠିନ ପରିଶ୍ରମୀ ଅନ୍ନଦାତାମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ।

ଆଜିର ଏହି ଶୁଭ ଦିନରେ ମହାପ୍ରଭୁଙ୍କ ରଥ ନିର୍ମାଣର ଶୁଭାରମ୍ଭ ଓ ଚାଷୀ ଭାଇଙ୍କ ଅକ୍ଷିମୁଠି ଅନୁକୂଳ ଆମ ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ। ଓଡ଼ିଶାର କୃଷି ଓ କୃଷକର ସର୍ବାଙ୍ଗୀନ ଉନ୍ନତି ପାଇଁ ଆମ ସରକାର ସଦାସର୍ବଦା ସଂକଳ୍ପବଦ୍ଧ ଏବଂ ଏହି ପବିତ୍ର ତିଥିରେ ପ୍ରତିଟି ଓଡ଼ିଆଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି।