ନାବାଳିକା ଗଣଦୁଷ୍କର୍ମ ଘଟଣା ; ଭୟଶୂନ୍ୟ ହେଉଛନ୍ତି ଅପରାଧୀ : ନବୀନ
ଭୁବନେଶ୍ବର,୧୬/୧୨ : ଅପରାଧୀ ଏବେ ଭୟଶୂନ୍ୟ ହେଉଛନ୍ତି ବୋଲି କହିଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । ସେ ନିଜ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି କି, ଭୁବନେଶ୍ବରର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିଦେବା ପରି ବିଷୟ। ବର୍ବରତା ଓ ଅରାଜକତା ସୀମା ଟପୁଛି, ରାଜ୍ୟ ରାଜଧାନୀ ଅସୁରକ୍ଷିତ ହେଉଛି। ଭୟଶୂନ୍ୟ ହେଉଛନ୍ତି ଅପରାଧୀ, ବିଶ୍ୱସନୀୟତା ହରାଉଛି ସରକାର। ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ? ଅପରାଧ ରୋକିବା ଦିଗରେ ସରକାରଙ୍କ ଅସମର୍ଥତା ସାଧାରଣ ଜନତାଙ୍କୁ ଭୟଭୀତ କରୁଛି।
ରାଜଧାନୀରେ ମହିଳାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରି ନ ପାରିବା ବିଜେପି ସରକାରର ଅପାରଗତା ଓ ସମ୍ବେଦନହୀନ ଆଚରଣକୁ ଦର୍ଶାଉଛି। ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନିଅନ୍ତୁ। ଘଟଣା ଘଟିବା ପରେ ନୁହେଁ, ପୂର୍ବରୁ ଏହାକୁ ରୋକିବା ଦିଗରେ ସରକାର ତତ୍ପର ହୁଅନ୍ତୁ।

Editor 


