ଜାନୁଆରୀ ୧୨ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର,୧୦/୧ : ଆସନ୍ତା ଜାନୁଆରୀ ୧୨ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୧୨ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l

Editor 


