ଖୋର୍ଦ୍ଧା ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
ଖୋର୍ଦ୍ଧା,୧୯/୪ : ଖୋର୍ଦ୍ଧା ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି । ଅସହ୍ୟ ଖରାକୁ ଦେଖି ୨୦ରୁ ୨୩ପର୍ଯ୍ୟନ୍ତ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।
ଜିଲ୍ଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ଜିଲ୍ଲାପାଳ କହିଛନ୍ତି।

Editor 


