କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର,୧୫/୨ : ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ ଦୁଇଦିନ ତଳେ ମସ୍ତିଷ୍କାଘାତ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଥିଲା ।

ଗତ ୧୨ଭୁବନେଶ୍ୱରରେ ସେ ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ଏକ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଦେହାନ୍ତ ପରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି ।