ବାରବାଟୀରେ ଟି-୨୦ ମ୍ୟାଚ୍ ଖେଳାଯିବ

ବାରବାଟୀରେ ଟି-୨୦ ମ୍ୟାଚ୍ ଖେଳାଯିବ

ଭୁବନେଶ୍ବର,୨୬/୩ : ଡିସେମ୍ବର ୨୪ ତାରିଖରେ ବାରବାଟୀରେ ଟି-୨୦ ମ୍ୟାଚ୍ ଖେଳାଯିବ। ଦୀର୍ଘଦିନର ବ୍ୟବଧାନ ପରେ ବାରବାଟୀରେ ଭାରତ ଓ ଶ୍ରୀଲଙ୍କା ପରସ୍ପରର ସାମ୍ନା କରିବେ । ୨୦୨୬-୨୭ପାଇଁ ବିସିସିଆଇ ଖେଳସୂଚୀରୁ ସ୍ପଷ୍ଟ ହୋଇଛି । ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଏହି ମ୍ୟାଚ୍‌ ଖେଳାଯିବ।

ଶ୍ରୀଲଙ୍କା ଭାରତ ଗସ୍ତରେ ଆସି ୩ଟି ଓ୍ବାନଡେ ଓ ୩ଟି ଟି-୨୦ ମ୍ୟାଚ୍ ଖେଳିବ। ୩ ମ୍ୟାଚ୍‌ ଟି-୨୦ ସିରିଜ୍‌ର ଦ୍ବିତୀୟ ମ୍ୟାଚ୍‌ ବାରବାଟୀରେ ଖେଳିବ। ରାଜକୋଟରେ ଶ୍ରୀଲଙ୍କା ପ୍ରଥମ ଓ ପୁଣେରେ ତୃତୀୟ ଟି-୨୦ ଖେଳିବ । ଶେଷ ଥର ପାଇଁ ୨୦୧୭ମସିହାରେ ବାରବାଟୀ ଷ୍ଟାଡିୟମରେ ଏହି ଦୁଇ ଦଳ ମଧ୍ୟରେ ମ୍ୟାଚ୍ ଖେଳାଯାଇଥିଲା । ସେହି ମ୍ୟାଚ୍‌ରେ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ କରି ଶ୍ରୀଲଙ୍କାକୁ ୯୩ ରନ୍‌ରେ ପରାସ୍ତ କରି ବିଜୟୀ ହୋଇଥିଲା ।