ପୁରୀ ଚନ୍ଦନ ଯାତ୍ରାରେ ଫୁଟିବନି ବାଣ
ପୁରୀ, ୧୮/୪ : ପୁରୀ ଚନ୍ଦନ ଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ । ୨୧ଦିନ ବ୍ୟାପୀ ବାହାର ଚନ୍ଦନଯାତ୍ରା ବେଳେ ବାଣ ଫୁଟା ଯିବନି । ବାଣ ଫୁଟାଇଲେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ । ସୁରକ୍ଷା ଦୃଷ୍ଟିରୁ ୫ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ । ସିସିଟିଭି ନଜରରେ ସମଗ୍ର ଅଞ୍ଚଳ ରହିବ । ଏ ନେଇ ପୁରୀ ଏସପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।
ଆଉ ଦିନକ ପରେ ପବିତ୍ର ଚନ୍ଦନ ଯାତ୍ରା । ଆସନ୍ତା ୨୦ ତାରିଖରେ ଚନ୍ଦନଯାତ୍ରା ଥିବାରୁ ଏହାକୁ ନେଇ ପୁରୀ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୁରୀ ଏସପି ପ୍ରତୀକ ସିଂଙ୍କ ସୂଚନା ଅନୁଯାୟୀ, ନରେନ୍ଦ୍ର ପୁଷ୍କରିଣୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ସମ୍ପୂର୍ଣ୍ଣ ଅଞ୍ଚଳ ସିସିଟିଭି ବଳୟ ମଧ୍ୟରେ ରହିବ । ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ବିମାନ ବାହାରି ନରେନ୍ଦ୍ର ପୁଷ୍କରିଣୀ ଆସିବା ସମୟରେ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ସୁରକ୍ଷା ଦାୟିତ୍ବରେ ଜଣେ ଅତିରିକ୍ତ ଏସପିଙ୍କ ସହ ୫ ଡିଏସପି, ୮ ଇନ୍ସପେକ୍ଟର, ୨୦ ଏଏସଆଇ ଏବଂ ଏସଆଇ, ପାଞ୍ଚ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ । ଆଣ୍ଟି ସବୋଟାଜ୍ ଚେକିଂ ବ୍ୟବସ୍ଥାକୁ ମଧ୍ୟ ଜୋରଦାର କରାଯିବ ।

Editor 


