ରାଜ୍ୟର ତାପମାତ୍ରାରେ ଆସିବ ପରିବର୍ତ୍ତନ !
ଭୁବନେଶ୍ଵର,୫/୪ : ରାଜ୍ୟର ତାପମାତ୍ରାରେ ଆସିବ ପରିବର୍ତ୍ତନ। ୨ ରୁ ୩ ଡିଗ୍ରୀ କମିବ ତାପମାତ୍ରା। ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ବର୍ଷା ବେଳେ ୪୦ ରୁ ୫୦କିଲୋମିଟର ବେଗରେ ପବନ ବହି ପାରେ। ଏମିତି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାକୁ ଛାଡିଦେଲେ, ଉତ୍ତର ଓଡିଶା, ଦକ୍ଷିଣ ଓଡିଶା ଓ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ଦୁଇ ଘଣ୍ଟା ପାଇଁ ବରଗଡ଼ ଓ ନୂଆପଡ଼ା ଜିଲ୍ଲା କୁ ରହିଛି ୟେଲୋ ସତର୍କତା। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଆଶଂକା ରହିଛି।

Editor 


