ଭୁବନେଶ୍ୱରରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱରରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୬/୩ : ଭୁବନେଶ୍ୱର ବିମାନବନ୍ଦରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ଶାହା ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ଶୁକ୍ରବାର ପହଞ୍ଚିଥିଲେ। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଥିଲେ।

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ବିମାନବନ୍ଦରରେ ଉପସ୍ଥିତ ରହି ଶାହାଙ୍କୁ ସ୍ବାଗତ କରିଛନ୍ତି। ଆଜି କଟକ, ଭୁବନେଶ୍ୱର, ପାରାଦୀପରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ରହିଛି। ଏଥିସହ ମୁଣ୍ଡଳିରେ ସିଆଇଏସ୍‌ଏଫ୍‌ର ୫୭ତମ ପ୍ରତିଷ୍ଠା ଉତ୍ସବରେ ଶାହା ମଧ୍ୟ ଯୋଗ ଦେବାକୁ ଓଡ଼ିଶା ଆସିଛନ୍ତି।