ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର,୯/୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ଶେଷ ହୋଇଛି । ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି । ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଶେଷ ହୋଇଛି । ମୋଟ ୨୯ଟି କାର୍ଯ୍ୟ ଦିବସ ରହିଥିବା ବେଳେ ଗୃହ ମାତ୍ର ୧୧ ଦିନ କାର୍ଯ୍ୟ କରିଛି।
ଅଧିବେଶନ ସମୟରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ସହିତ କେତେକ ଗୁରୁତ୍ୱପୂର୍ଣ୍ଣ ବିଲ୍ ପାରିତ ହୋଇଛି । ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନଭେମ୍ବର ୨୮ରେ ଏହି ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଥିଲେ ଏବଂ ସୋମବାର ବ୍ୟୟ ମଞ୍ଜୁରୀ ବିଲ୍ ଗୃହରେ ଧ୍ୱନି ଭୋଟ୍ରେ ପାରିତ ହୋଇଥିଲା ।

Editor 


