ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ

ଭୁବନେଶ୍ବର,୧୨/୭ : କଟକ-ଚୌଦ୍ବାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ ବିଜେପିରେ ମିଶିଛନ୍ତି। ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଛକରୁ ଏକ ବିଶାଳ ରାଲିରେ ପ୍ରଭାତ ବିଶ୍ବାଳ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଗତ କିଛି ମାସ ତଳେ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଥିଲା।

ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ଵ ସମର୍ଥକ ଓ ଦଳୀୟ କର୍ମୀଙ୍କୁ ସାଙ୍ଗରେ ନେଇ ସେ କଟକରୁ ବାହାରିଥିଲେ । ସମସ୍ତ ସମର୍ଥକଙ୍କ ସହିତ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍ ଛକଠାରେ ଏକାଠି ହୋଇଥିଲେ । ସେଠାରୁ ଏକ ବିରାଟ ଶୋଭାଯାତ୍ରା ମାଧ୍ୟମରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ୍ ହୋଇଛନ୍ତି।

Leave a Reply

Your email address will not be published. Required fields are marked *