ଭୁବନେଶ୍ୱର,୫/୮ : ବୁଧବାର ମୟୂରଭଞ୍ଜ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ, ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ବିଜୁଳି ଘଡ଼ ଘଡ଼ି ସହ ଭାରୀ ବର୍ଷା ହୋଇପାରେ । ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ।
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟବର୍ତ୍ତୀ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ମଙ୍ଗଳବାର ଅନେକ ସ୍ଥାନରେ ବର୍ଷା ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।













Leave a Reply