ଆସନ୍ତା ୫ ଦିନ ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା

ଭୁବନେଶ୍ବର,୧୬/୮ : ପୁଣି ଆସୁଛି ବଡ଼ ବର୍ଷା । ଏହା ଉପକୂଳ ଓ ଉତ୍ତର ଓଡ଼ିଶାବାସୀଙ୍କୁ ଆତଙ୍କିତ କରିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ। ଯାହା ଅଧିକ ଘନୀଭୂତ ହେବା ସହ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ସଦୃଶ ଲଘୁଚାପ ରେ ପରିଣତ ହୋଇଛି । ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅବପାତ ରେ ପରିଣତ ହେବାର ଖୁବ୍ ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୫ଦିନ ସାରା ରାଜ୍ୟରେ ଵର୍ଷା ସହ ୪୮ ଘଣ୍ଟା ଭୀଷଣ ବର୍ଷା ନେଇ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।୨୦ ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ଓଡିଶା।ଓଡିଶା ଉପକୂଳରେ ମେଘୁଆ ପାଗ ସହ ୪୦ ରୁ ୫୦ କିମି ପବନ ସର୍ବାଧିକ ୬୦ କିମି ପବନ ବହିବାର ସମ୍ଭାବନା କୁ ନେଇ ସମୁଦ୍ର ଆସନ୍ତା ରହିବ ୧୬ ରୁ ୧୮ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ଆସନ୍ତା ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ,କେଉଁଝର ଜିଲ୍ଲାକୁ ଅତ୍ୟନ୍ତ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଓ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ବହିବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ରେଡ୍ ଆଲର୍ଟ।

Leave a Reply

Your email address will not be published. Required fields are marked *