ଭୁବନେଶ୍ୱର/ବ୍ୟୁରୋ ରିପୋର୍ଟ , ୧୩/୧୦: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି।ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୨-୩ ଦିନ ବର୍ଷା ଲାଗି ରହିବ। ଏହି ସମ୍ଭାବ୍ୟ ପାଣିପାଗ ପ୍ରଣାଳୀ ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ଯାହା ଦୁର୍ଗା ପୂଜା ବର୍ଷାରେ ଭିଜିବ ବୋଲି ଅନୁମାନ କରାଯାଉଛି।
ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଫଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ ଏହି ପ୍ରଣାଳୀଟି ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେବ ବୋଲି ଆଶା କରାଯାଉଛି। ଯଦିଓ ଏହାର ତୀବ୍ରତା ଏବଂ ସଠିକ୍ ଗତିପଥ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।
ଆଜି (୧୩ ଅକ୍ଟୋବର): ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି।
କାଲି (୧୪ ଅକ୍ଟୋବର): ବର୍ଷାର ପରିମାଣ ବଢିବ। ଉପକୂଳ ଓ ଉତ୍ତର ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ୩୦-୪୦ କିମି ବେଗରେ ପବନ।
ପାଣିପାଗ ବିଭାଗ କହିଛି, ଏହି ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ତାମିଲନାଡୁ-ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରିବ, ତେଣୁ ଏବେ ସୁଦ୍ଧା ବାତ୍ୟାର କୌଣସି ଆଶଙ୍କା ନାହିଁ। ମାତ୍ର ଦୁର୍ଗାପୂଜା ପ୍ରସ୍ତୁତି ସମୟରେ ବର୍ଷା ବାଧକ ହୋଇପାରେ।













Leave a Reply