ଆସନ୍ତା ୨୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୧୭/୧୦ : ଆସନ୍ତା ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କର ଏହି ଗସ୍ତ ସମୟରେ ଭୁବନେଶ୍ୱର ଓ ଖୋର୍ଦ୍ଧାରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।

ପ୍ରଧାନମନ୍ତ୍ରୀ ଗସ୍ତର ପ୍ରସ୍ତୁତି ସମୀକ୍ଷା ପାଇଁ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ଦିନ ୧୦ଟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବା ନେଇ ସୂଚନା ଦିଆଯାଇଛି। ବୈଠକରେ ସୁରକ୍ଷା ବ୍ୟବସ୍ଥା, ଯାତାୟାତ ନିୟନ୍ତ୍ରଣ, ପ୍ରଶାସନିକ ପ୍ରସ୍ତୁତି ଓ କାର୍ଯ୍ୟକ୍ରମର ସୁପରିଚାଳନା ଭଳି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବା ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *