ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହେଲା ନୀତି ନିର୍ଘଣ୍ଟ

ଭୁବନେଶ୍ବର,୧୫/୭ : ବିଶ୍ୱ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଜାରି କରାଯାଇଛି । ନିର୍ଘଣ୍ଟ ଅନୁଯାୟୀ, ଆସନ୍ତାକାଲି ଅପରାହ୍ଣ ୪ଟାରେ ତିନି ରଥର ରଥଟଣା ଆରମ୍ଭ ହେବ।

ସୂଚନା ଅନୁସାରେ, ସକାଳ ୯ଟାରେ ରଥ ପ୍ରତିଷ୍ଠା ନୀତି ସମ୍ପନ୍ନ ହେବ। ଏହାପରେ ସକାଳ ସାଢ଼େ ୯ଟାରୁ ଦିନ ସାଢ଼େ ୧୨ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପହଣ୍ଡି ନୀତି ଅନୁଷ୍ଠିତ ହେବ। ପହଣ୍ଡି ଶେଷ ହେବା ପରେ ଅପରାହ୍ଣ ୨ଟାରୁ ୩ଟା ମଧ୍ୟରେ ଗଜପତି ମହାରାଜଙ୍କ ଦ୍ୱାରା ପରମ୍ପରାଗତ ‘ଛେରା ପହଁରା’ ନୀତି ସମ୍ପନ୍ନ କରାଯିବ।ଛେରା ପହଁରା ଶେଷ ହେବା ପରେ ଅପରାହ୍ଣ ୪ଟାରେ ତିନିରଥ ଟଣା ଆରମ୍ଭ ହେବ ବୋଲି ନୀତି ନିର୍ଘଣ୍ଟରେ ଉଲ୍ଲେଖ ରହିଛି ।

Leave a Reply

Your email address will not be published. Required fields are marked *