ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି

ପୁରୀ,୩୦/୭ : ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ବନକଲାଗି ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହେବ। ତା’ପରେ ପୁଣି ଶ୍ରଦ୍ଧାଳୁ ଠାକୁରଙ୍କ ଦର୍ଶନ କରିପାରିବେ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।