ଆସନ୍ତା ୨୧ରେ ଆରଡିସି ସ୍ତରୀୟ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି

ଆସନ୍ତା ୨୧ରେ ଆରଡିସି ସ୍ତରୀୟ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି

ଭୁବନେଶ୍ବର,୧୮/୭ : ଏଫଏମ ଛାତ୍ରୀ ଆତ୍ମହତ୍ୟା ଘଟଣା। ଆସନ୍ତା ୨୧ରେ ଆରଡିସି ସ୍ତରୀୟ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି । ନ୍ୟାୟ ପାଇଁ ବ୍ରହ୍ମପୁର, ସମ୍ବଲପୁର ଓ କଟକରେ ବିକ୍ଷୋଭ କରିବ ଦଳ । ଏଥିପାଇଁ ଜିଲ୍ଲା ସ୍ତରର ମୁଖ୍ୟାଳୟକୁ ନିର୍ଦ୍ଦେଶ ଦିଆଯାଇଛି। ବାଲେଶ୍ୱର ଘଟଣା ରାଜ୍ୟବାସୀଙ୍କୁ ଆନ୍ଦୋଳିତ କରିଛି । ବିଜେଡି ଛାତ୍ରୀଙ୍କୁ ନ୍ୟାୟ ଦେବା ପାଇଁ ଶାନ୍ତି ପୂର୍ଣ୍ଣ ଭାବରେ ପ୍ରତିବାଦ କରିଆସୁଛି । 

ବାଲେଶ୍ଵର ବନ୍ଦ ମଧ୍ୟ ଶାନ୍ତିପୂର୍ଣ୍ଣ ଉପାୟରେ ହୋଇଥିଲା। ଏହା ପରେ ଲୋକସେବା ଭବନ ଘେରାଉ ମଧ୍ୟ ଶାନ୍ତିପୂର୍ଣ୍ଣ ଭାବେ ହୋଇଥିଲା। ଆଜି ମଧ୍ୟ ଦଳ ଶୃଙ୍ଖଳିତ ଢଙ୍ଗରେ ନିରବ ପ୍ରତିବାଦ କରିଛି । ସମସ୍ତ କଲେଜ କର୍ତ୍ତୃପକ୍ଷ, ପୋଲିସ, ପ୍ରଶାସନ ଓ ନେତାଙ୍କୁ ତଦନ୍ତ ପରିସରଭୁକ୍ତ କରି ବିଚାର ବିଭାଗୀୟ ତଦନ୍ତ ଦ୍ୱାରା ଛାତ୍ରୀଙ୍କୁ ନ୍ୟାୟ ଦେବାକୁ ଦାବି କରିଛି ଦଳ ।