ଏପ୍ରିଲ ୨୫ରୁ ଖରା ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୧/୪ : ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଖରାଛୁଟି କରାଯିବ। ଏ ନେଇ ରାଜ୍ୟ ସରକାର ରବିବାର ଘୋଷଣା କରିଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ରୁ ୨୪ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ରୁ ୧୦.୩୦ପର୍ଯ୍ୟନ୍ତ ସ୍କୁଲ ଖୋଲା ରହିବ। ତେବେ ଏପ୍ରିଲ ୨୫ରୁ ରାଜ୍ୟ ସରକାର ଗ୍ରୀଷ୍ମ ଅବକାଶ ଘୋଷଣା କରିଛନ୍ତି।
ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ/ଶିକ୍ଷକମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍କୁଲ ପରିଚାଳନା କରାଯିବ।