ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ

ଭୁବନେଶ୍ବର, ୧୭/୭ : ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ଜଳୁଛି ସାରା ଓଡ଼ିଶା । ନ୍ୟାୟ ପାଇଁ ଦାବି ହେଉଥିବା ବେଳେ ସରକାରଙ୍କୁ ଘେରୁଛନ୍ତି ବିରୋଧୀ । ଏହାରି ଭିତରେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ସମେତ ୮ ରାଜନୈତିକ ଜଳ ।
ଆଜି କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚକ, ଅଖ ଜାମ୍ କରିବା ପାଇଁ କଂଗ୍ରେସ ଆହ୍ବାନ କରିଛି । ରାଜରାସ୍ତାକୁ ଓହ୍ଲାଇ କଂଗ୍ରେସ କର୍ମୀ ହୋହାଲ୍ଲା କରୁଛନ୍ତି ।
ତେବେ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ତେବେ ବନ୍ଦ ପାଳନ ସମୟରେ ଜରୁରୀକାଳୀନ ସେବା ଯେଉଁଭଳି ପ୍ରଭାବିତ ନହୁଏ ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।