ଓଡ଼ିଶାରେ ପ୍ରଥମ ଶ୍ରେଣୀରେ ପ୍ରବେଶ ପାଇଁ ସର୍ବ ନିମ୍ନ ବୟସ ୬ ବର୍ଷ ସ୍ଥିର ହେଲା

ଓଡ଼ିଶାରେ ପ୍ରଥମ ଶ୍ରେଣୀରେ ପ୍ରବେଶ ପାଇଁ ସର୍ବ ନିମ୍ନ ବୟସ ୬ ବର୍ଷ ସ୍ଥିର ହେଲା

ଭୁବନେଶ୍ୱର,୧୮/୩ : ୨୦୨୫-୨୬ଶିକ୍ଷା ବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେବା ପରେ, ଓଡ଼ିଶା ସରକାର ପ୍ରଥମ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ପ୍ରବେଶ ପାଇଁ ନୂତନ ସର୍ବନିମ୍ନ ବୟସ ସୀମା ସ୍ଥିର କରିଛନ୍ତି। ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ନୂତନ ବୟସ ମାନଦଣ୍ଡ ଅନୁଯାୟୀ, ପ୍ରଥମ ଶ୍ରେଣୀରେ ପ୍ରବେଶ ପାଇଁ ସର୍ବନିମ୍ନ ବୟସ ୬ବର୍ଷ କିମ୍ବା ତା’ଠାରୁ ଅଧିକ ସ୍ଥିର କରାଯାଇଛି। 

ଛାତ୍ରଛାତ୍ରୀମାନଙ୍କର ସାମଗ୍ରିକ ଶୈକ୍ଷିକ ବିକାଶ ସୁନିଶ୍ଚିତ କରିବା ପାଇଁ ଶିକ୍ଷାବିତ୍ ଏବଂ ବିଶେଷଜ୍ଞଙ୍କ ସହ ପରାମର୍ଶ ପରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି ।