ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

ଭୁବନେଶ୍ବର,୧୮/୬ : ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟ ଜନିତ ସମସ୍ୟା ପାଇଁ ମୁମ୍ବାଇ ଯିବେ। ସେ ଆସନ୍ତା ୨୨ ତାରିଖରେ ମୁମ୍ବାଇ ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରିବେ । ଏ ନେଇ ନବୀନ ପଟ୍ଟନାୟକ ନିଜେ ଏକ୍ସରେ ସୂଚନା ଦେଇଛନ୍ତି।
‘ଏକ୍ସ’ରେ ନବୀନ ପଟ୍ଟନାୟକ ଲେଖିଛନ୍ତି, ସର୍ଭିକାଲ ଆର୍ଥ୍ରାଇଟିସ୍ ସମସ୍ୟା ନେଇ ମୋର ଚିକିତ୍ସା ହେବ। ମୁମ୍ବାଇସ୍ଥିତ କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଏହି ଚିକିତ୍ସା ହେବ। ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ। ଏଥି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ମାଗୁଛି। ଓଡ଼ିଆ ଭାଇଭଉଣୀଙ୍କର ଶୁଭକାମନା ଚାହୁଁଛି। ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ କହିଛନ୍ତି, ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଆସିବି। ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି।