ଜଣେ ଭିନ୍ନକ୍ଷମ ନାରୀର କାହାଣୀ ଚଳଚ୍ଚିତ୍ର "ଆଭା", ସେପ୍ଟେମ୍ବର ୧୩ରେ ମୁକ୍ତିଲାଭ କରିବ

ଭୁବନେଶ୍ବର, ୧୧/୯ : ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ମୁକ୍ତି ଲାଭ କରିବ ଓଡ଼ିଆ ଚଳଚ୍ଚିତ୍ର "ଆଭା"। ଓମ୍ ବାବା ପ୍ରଡ଼କସନ୍ସ ଦ୍ୱାରା ନିର୍ମିତ ହୋଇଛି ଫିଲ୍ମ "ଆଭା" । ସେନସର ହୋଇ ଅନକଟ୍ ଓ ୟୁ ସାର୍ଟିଫିକେଟ ମିଳିଛି "ଆଭା"କୁ । ଜଣେ ଭିନ୍ନକ୍ଷମ ନାରୀର କାହାଣୀକୁ ନେଇ ନିର୍ମାଣ ହୋଇଛି "ଆଭା" l
ଆଭା ଏକ ନିପଟ ମଫସଲ ଗାଁ ର ଗରିବ ପରିବାର ର ଜଣେ ଶାରୀରିକ ଭିନ୍ନକ୍ଷମ ଝିଅ l ଭିନ୍ନକ୍ଷମ ହେଲେ ମଧ୍ୟ କେମିତି ଜୀବନ ଶୈଳୀ ରେ ବଞ୍ଚିବାକୁ ହେବ ଯାହା ସମାଜକୁ ଏକ ପ୍ରକାର ଶିକ୍ଷା ମିଳିବ ତାହାରି ଉପରେ ଆଧାରିତ ଚଳଚ୍ଚିତ୍ର ଆଭା l ଖୁବ୍ ସୁନ୍ଦର ଅଭିନୟ କରିଛନ୍ତି ଆଭା ଓରଫ ସୋନା ମଲ୍ଲିକ l ଏହି ଚଳଚ୍ଚିତ୍ରଟି ପଶ୍ଚିମବଙ୍ଗର ମେଦିନିପୁରର ଏକ ଆଦିବାସୀ ଗ୍ରାମର ଜଙ୍ଗଲ ଘେରି ରହିଥିବା ଏକ ଗ୍ରାମୀଣ ପରିବେଶରେ ସୁଟିଂ କରାଯାଇଛି l ୪୨ ଡିଗ୍ରୀ ତାପମାତ୍ରାରେ, ସମସ୍ତ ଟେକ୍ନିସିଆନ୍ସ ନୂତନ ଧରଣର ଚଳଚ୍ଚିତ୍ର ଟିଏ ନିର୍ମାଣ କରିବା ପାଇଁ ଚେଷ୍ଟା କରିଛନ୍ତି l ଏହି ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକ ଅନେକ ନୂଆ ସ୍ୱାଦ ପାଇବେ ବୋଲି ନିର୍ଦ୍ଦେଶକ କହିଛନ୍ତି। ଏହି ଚଳଚ୍ଚିତ୍ର ନାରୀ କୈନ୍ଦ୍ରିକ ହୋଇଥିବାରୁ ସମାଜରେ ସୁପ୍ରଭାବ ପକାଇବ ବୋଲି ନିର୍ମାତା ଓ ନିର୍ଦ୍ଦେଶକ ଆଶା ପ୍ରକଟ କରିଛନ୍ତି। ଏହି ଚଳଚ୍ଚିତ୍ରର ପ୍ରଯୋଜନା କରିଛନ୍ତି ପ୍ରବୀର ମହାପାତ୍ର l କାହାଣୀ ଓ ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦାୟିତ୍ୱ ରେ ଅଛନ୍ତି ପଲ୍ଲଵ ରୟ l ସଂଳାପ ଲେଖିଛନ୍ତି ବିଶିଷ୍ଟ ଗୀତିକାର ମୋହିତ ଚକ୍ରବର୍ତ୍ତୀ l ଚିତ୍ରୋତ୍ତଳନରେ ଚିତ୍ତରଞ୍ଜନ ବିଶ୍ୱାଳ, ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ ମଜୁମଦାର l କାର୍ଯ୍ୟକାରୀ ପ୍ରଯୋଜକ ଅଛନ୍ତି ସତ୍ୟ ପ୍ରକାଶ ସାହୁ l କ୍ରିଏଟିଭ ହେଡ୍ (ମାର୍କେଟିଙ୍ଗ ଓ ପିଆର୍) ଦାୟିତ୍ଵ ରେ ଅଛନ୍ତି ପ୍ରଣୟ ଜେଠୀ ।
ଚଳଚ୍ଚିତ୍ର ପ୍ରେମୀଙ୍କ ପାଇଁ ଓମ୍ ବାବା ପ୍ରଡକସନ୍ସ ଏକ ନୂଆ ସ୍ୱାଦର ସିନେମା ଭେଟି ଦେଉଛି l ଆଭା ଚଳଚ୍ଚିତ୍ର ର ମୁଖ୍ୟ ନାୟିକା ଭାବେ ନବାଗତା ଅଭିନେତ୍ରୀ ସୋନା ମଲ୍ଲିକ ଅଭିନୟ କରିଛନ୍ତି l ତାଙ୍କ ସହିତ ଅଭିଜ୍ଞ ଅଭିନେତ୍ରୀ ଅନୁ ଚୌଧୁରୀ, କେଦାର ମିଶ୍ର , ଶ୍ଵେତା ଆଚାର୍ଯ୍ୟଙ୍କ, ବିଶାଲ ସାହୁ ସମେତ ଆହୁରି ଅନେକ ତାରକା ଅଭିନୟ କରିଛନ୍ତି।