ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ

ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ

ଭୁବେଶ୍ବର,୧୫/୭: ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨ ତାରିଖ ଅପରାହ୍ଣ ୫ଟା ୧୫ରେ ଜ୍ଯୋତିରେଖା ଭୂୟାଁ ନାମ୍ନୀ ତାଙ୍କର ଜଣେ ବାନ୍ଧବୀ ମେଡିକାଲରେ ଆଣି ଭର୍ତ୍ତି କରିଥିଲେ। ସୌମ୍ଯାଶ୍ରୀଙ୍କୁ ବାଲେଶ୍ବର ଜିଲ୍ଲା ହସପିଟାଲରୁ ଏମ୍ସକୁ ରେଫର୍ କରାଯାଇଥିଲା।

ସୂଚନାଯୋଗ୍ୟ, ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚ୍‌ଓଡି) ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଥିବା ଜଣେ ଛାତ୍ରୀ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ସେ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ତାଙ୍କର ୧୨ ଦିନ ତଳର ଟୁଇଟ୍‌ ଏବେ ଭାଇରାଲ ହୋଇଛି, ଯାହାକୁ ନେଇ ସାରା ରାଜ୍ୟରେ କ୍ଷୋଭ ପ୍ରକାଶ ପାଇଛି। ୬ ମାସ ଧରି ଦିଆଯାଇଆସୁଥିବା ଶାରୀରିକ, ମାନସିକ ନିଯର୍ର୍ାତନା ସମ୍ପର୍କରେ ପୀଡ଼ିତା ଜୁଲାଇ ୧ରେ ନିଜ ସୋସିଆଲ ମିଡିଆ ‘X’ ହ୍ୟାଣ୍ଡଲରେ ଜଣାଇଥିଲେ। ଏହାର ପୂର୍ବ ଦିନ ଅର୍ଥାତ୍‌ ଜୁନ୍‌ ୩୦ ତାରିଖରେ ସେ ବରିଷ୍ଠ ପୋଲିସ ଅଧିକାରୀ, ଅଧ୍ୟାପକ ଏବଂ କେତେଜଣ ଛାତ୍ରୀଛାତ୍ରଙ୍କ ଉପସ୍ଥିତିରେ ନିର୍ଯାତନା ସମ୍ପର୍କରେ କଲେଜ ଅଧ୍ୟକ୍ଷଙ୍କୁ ଲିଖିତ ଅଭିଯୋଗ କରିଥିଲେ।