ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ

ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ

ନୂଆଦିଲ୍ଲୀ,୪/୮ : ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ସୋମବାର ପରଲୋକ ଘଟିଛି। ଗଙ୍ଗାରାମ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଜୁନ୍ ୧୯ ତାରିଖରେ ଶିବୁ ସୋରେନଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶିବୁ ସୋରେନ ଅନେକ ରୋଗରେ ପୀଡିତ ଥିଲେ।

ଆଜି ସକାଳ ୮:୫୬ରେ ଶିବୁ ସୋରେନ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। କିଡନୀ ରୋଗରେ ମଧ୍ୟ ପୀଡିତ ଥିଲେ ଏବଂ ଦେଢ଼ ମାସ ପୂର୍ବରୁ ତାଙ୍କୁ ଷ୍ଟ୍ରୋକ ମଧ୍ୟ ହୋଇଥିଲା। ତାଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ୍ସରେ ଦେଇଛନ୍ତି ।