ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ; ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର,୧୬/୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି । ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।