ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ଗୁରୁବାର ବିଧାନସଭାକୁ ସମ୍ବୋଧିତ କରିବେ
ଭୁବନେଶ୍ୱର ,୨୬/୧୧ : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତାକାଲି ଓଡ଼ିଶା ବିଧାନସଭାରେ ଅଭିଭାଷଣ ରଖିବା ସହ ରାଜଭବନରେ ନୂଆ କଳିଙ୍ଗ ଅତିଥି ନିବାସର ଶୁଭ ଉଦଘାଟନ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।
ରାଜଭବନ ଓ ବିଧାନସଭାରେ ରାଷ୍ଟ୍ରପତିଙ୍କ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସନ୍ଧ୍ୟା ୪.୩୦ରେ ବିଧାନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ।

Editor 


